ବର୍ଷା ସମ୍ଭାବନା ବୃଦ୍ଧିକୁ ଦେଖି ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୂବନେଶ୍ବର: ଆହୁରି ବଢିବ ବର୍ଷା । ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାରୁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜାରି କରିଛି । ଟ୍ରପଲାଇନ୍ ପ୍ରଭାବରେ କାଳବୈଶାଖୀ ବର୍ଷା ଜାରି ରହିଛି । ତେବେ ଆସନ୍ତା ୧୧ ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପ୍ରଭାବରେ ଆସନ୍ତା ୧୦ ତାରିଖରୁ ୧୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏବେ ରାଜ୍ୟରେ ପ୍ରାକ୍ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁବ ବୋଲି ଆକଳନ କରାଯାଇଛି ।

ବିଶେଷତଃ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ଝାରସୁଗୁଡା ଜିଲ୍ଲାରେ ବର୍ଷା ଆଶଙ୍କା କରାଯାଇଛି । ସେହିପରି ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁରରେ ମଧ୍ୟ ଘଡଘଡି ବିଜୁଳି ସହିତ ବର୍ଷା ପବନ ହେବାର ପୂର୍ବାନୁମାନ କରିଛି ।

Leave a Reply

Your email address will not be published.