ସ୍ବର୍ଗତ ଗୋକୁଳ ଚନ୍ଦ୍ର ପଣ୍ଡାଙ୍କ ୨୧ତମ ଶ୍ରାଦ୍ଧ ବାର୍ଷିକ ପାଳିତ

Spread the love

ବାଲେଶ୍ଵର,(ନାଗରାଜ ନ୍ୟୁଜ): ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଲିପୁର ସ୍ଥିତ ଶ୍ଯାମରାଇ ବିଦ୍ୟାଳୟ ଓ ମହାବିଦ୍ୟାଳୟ ପରିସରରେ ସ୍ବର୍ଗତ ଗୋକୁଳ ଚନ୍ଦ୍ର ପଣ୍ଡାଙ୍କ ୨୧ ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଣ୍ଡିତ ବୁଦ୍ଧିରାମ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଆୟୋଜିତ ସ୍ମୃତି ଚାରଣ ସଭାରେ ସ୍ଥାନୀୟ ବିଧାୟକ ଜ୍ଯୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଖଇରା କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ଉମେଶ ଚନ୍ଦ୍ର ନାୟକ, ଅବସରପ୍ରାପ୍ତ ଅଧ୍ୟକ୍ଷ ମୁକ୍ତିକାନ୍ତ ଶତପଥୀ, ଏବିଓ ହେମନ୍ତ କୁମାର ମିଶ୍ର, ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଧର ପଣ୍ଡା, ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଭାସ୍କର ଚନ୍ଦ୍ର ପୃଷ୍ଟି ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । ମଞ୍ଚାସୀନ ଅତିଥି ମାନେ ସ୍ବର୍ଗତ ପଣ୍ଡାଙ୍କ ବହୁମୁଖୀ ପ୍ରତିଭା ଓ ସୁଗୁଣ ବିଷୟରେ ବର୍ଣନା କରିଥିଲେ । ସ୍ବର୍ଗତ ପଣ୍ଡାଙ୍କ ପରିବାର ତରଫରୁ ମହାବିଦ୍ୟାଳୟରେ ମଧ୍ୟମା, ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ୩ ଜଣ ଟପ୍ପରଙ୍କୁ ମଞ୍ଚାସୀନ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ଦେଖିବାକୁ ଅନେକ ଲୋକଙ୍କ ସମାଗମ ହୋଇଥିଲା । କାର୍ଯ୍ୟରତ ସାମ୍ବାଦିକ ମାନେ ମଧ୍ୟ ଏଥିରେ ଯୋଗ ଦେଇଥିଲେ । ବିଦ୍ଯାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ଯାପକ, ଅଧ୍ଯାପିକା ଓ ଶିକ୍ଷା କର୍ମଚାରୀ ମାନେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ପରିଚାଳନାରେ ପୂର୍ଣ୍ଣ ସହଯୋଗ କରିଥିଲେ, ଯାହା ଖବର ସଂଗ୍ରହରୁ ଜଣାପଡିଛି ।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *