ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

Spread the love

ପୁରୀ, (ନାଗରାଜ ନ୍ୟୁଜ): ଜଗନ୍ନାଥ ପ୍ରେମୀ ଓ ଭକ୍ତଙ୍କ ପାଇଁ ଖୁସି ଖବର। ଆସନ୍ତା ମେ ମାସ ତିନି ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଗତ ଦୁଇବର୍ଷ ଧରି କୋଭିଡ କଟକଣା ଯୋଗୁ ଭକ୍ତ ମାନେ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ଥିଲେ। ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି। ସେହିପରି ଆଗାମୀ ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା ନୀତି ନିର୍ଘଣ୍ଟ ବୈଠକରେ ଚୁଡାନ୍ତ ହୋଇଛି। ଶ୍ରୀମନ୍ଦିର ରୋଷ ଘର ଭିତରେ ଚୁଲା ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି। ମନ୍ଦିର ଭିତରେ ଥିବା ସମସ୍ତ ସିସିଟିଭି ବ୍ୟବସ୍ଥାକୁ ସୁଦୃଢ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଙ୍କ ସହ ସେବାୟତ ପ୍ରତିନିଧି ମାନେ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *