ଯୌନ ନିର୍ଯାତନା ମାମଲା:  ଥାନାରେ ଅନୁରାଗ କଶ୍ୟପଙ୍କ ହାଜିର

Spread the love

ମୁମ୍ବାଇ: ଯୌନ ନିର୍ଯାତନା ମାମଲାରେ ବଲିଉଡର ପ୍ରଶିଦ୍ଧ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ମୁମ୍ବାଇର ବର୍ସୋବା ଥାନାରେ ହାଜିର ହୋଇଛନ୍ତି। ତାଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି । ଅଭିନେତ୍ରୀ ପାୟଲ ଘୋଷ ଯୌନ ନିର୍ଯାତନା ନେଇ କରିଥିବା ଅଭିଯୋଗରେ ମୁମ୍ବାଇ ପୁଲିସ ଗତକାଲି ଜେରା ପାଇଁ ଅନୁରାଗଙ୍କୁ ସମନ ପଠାଇଥିଲା |  ଏବେ ଜେରା ପାଇଁ ମୁମ୍ବାଇର ବର୍ସୋବା ଥାନାରେ ପହଞ୍ଚିଛନ୍ତି ଅନୁରାଗ କଶ୍ୟପ ।

ସୂଚନା ମୁତାବକ, କିଛି ଦିନ ତଳେ ଅଭିନେତ୍ରୀ ଜଣକ ଅନୁରାଗଙ୍କ ବିରୁଦ୍ଧରେ ଅସଦାଚରଣ ଅଭିଯୋଗ ଆଣି  ଦୁଷ୍କର୍ମ ମାମଲା ରୁଜୁ କରିଥିଲେ। ଏହାବ୍ୟତୀତ ଅଭିନେତ୍ରୀ ତାଙ୍କୁ ଭୁଲ୍‌ ଭାବେ ଅଟକ ରଖିବା, ଷଡ଼ଯନ୍ତ୍ର କରିବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ଅପମାନିତ କରିବା ଅଭିଯୋଗରେ ମଧ୍ୟ ଏତଲା ରୁଜୁ କରିଥିଲେ। ଅଭିନେତ୍ରୀଙ୍କ ଓକିଲ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ, ଆଇପିସିର ଧାରା ୩୭୬, ୩୫୪, ୩୪୧,୩୪୨ ଅଧୀନରେ ନିର୍ମାତାଙ୍କ ନାମରେ ଅଭିଯୋଗ ହୋଇଛି। ଆଇପିସିର ଧାରା ଅନୁଯାୟୀ ଏତଲା ରୁଜୁ ହେବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଉଛି।

Leave a Reply

Your email address will not be published. Required fields are marked *