ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

Spread the love

ଭୂବନେଶ୍ଵର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏନେଇ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପରେ ଏକ ଟ୍ରଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଭ୍ଯନ୍ତରୀଣ ଓ ଦକ୍ଷିଣ ଓଡିଶାର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା, କନ୍ଧମାଳ ଓ କଳାହାଣ୍ତି ଆଦି ଜିଲ୍ଲା ମାନଙ୍କରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲା ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ , ଢେଙ୍କାନାଳ, ଖୋର୍ଦ୍ଧା ଆଦି ଜିଲା ମାନଙ୍କରେ ବଜ୍ରପାତ ସହିତ ସ୍ଵଳ୍ପ ବର୍ଷାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *