ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କପିଳାସର ବାର୍ଷିକ ଉତ୍ସବ

Spread the love

ଗଁଦିଆ,(ନାଗରାଜ ନ୍ୟୁଜ): ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବାସିଲ୍ କୁଲୁ ଙ୍କ ଅଧ୍ୟକ୍ଷତାରେ ଜାନୁଆରୀ ମାସ ଅଠର ତାରିଖ ଅପରାହ୍ନ ରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ମଙ୍ଗଳ ଅଧିକାରୀ ପରମାନନ୍ଦ ପ୍ରୁଷ୍ଠି ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସଦର ମହକୂମା ରୁଦ୍ର ପ୍ରସନ୍ନ ପରିଜା, ସମ୍ମାନିତ ଅତିଥି ଭାବେ କାନ୍ତୋଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିକୁଞ୍ଜ ବିହାରୀ ରଣା, ତାରିଣୀ ପସି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସେଠୀ, ଗନ୍ଦିଆ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସଚ୍ଚିଦାନନ୍ଦ ପ୍ରୁଷ୍ଠି, ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ଯୋଗଦେଇ ଉଦ୍ ବୋଧନ ଦେଇଥିଲେ ଓ ସଫଳ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟିତ୍ରୀ ସନ୍ତୋଷିନି ହୋତା ମଞ୍ଚ ପରିଚାଳନା କରିଥିଲେ। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବାସିଲ କୁଲୁ ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ମନୋସିନି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ପୁଷ୍ପଲତା , ଦୁର୍ଗେଶ ନନ୍ଦିନୀ ନନ୍ଦ, ଶିବାନୀ ମିଶ୍ର, ଦିପ୍ତିମୟୀ ପ୍ରଧାନ, ନନ୍ଦିନୀ ରାଉଳ , ପଦ୍ମିନୀ ଭୋଇ ସହ ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ। ଶିକ୍ଷାବିତ୍ ଯୁଗଳ କିଶୋର ମିଶ୍ର, ହକି କୋଚ୍ ଫ୍ଲୋରେନ୍ସିଆ ଏକା ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ପରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା।

ଢେଙ୍କାନାଳରୁ ସୌମ୍ୟ ରଞ୍ଜନ ମହାନ୍ତିଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *