କନ୍ଦାଇଲାଣି କରୋନା, ୨୪ ଘଣ୍ଟାରେ ୩୨ ମୃତ

ଓଡିଶା: କନ୍ଦାଇଲାଣି କରୋନା । ଦିନ ପ୍ରତିଦିନ କରୋନା ମହାମାରୀ ମୃତ୍ୟୁ ସଂଖ୍ୟା ବଢି ଚାଲିଛି ।ଆଜି ରାଜ୍ୟରେ ସର୍ବାଧିକ ୩୨ ଜଣଙ୍କ କରୋନାରେ ମୃତ୍ଯୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ହୋଇଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ ନବରଙ୍ଗପୁର ,ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଉପରୋକ୍ତ ମୃତକମାନେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ।

Leave a Reply

Your email address will not be published.