ରାଜ୍ୟରେ ୨୪ ଘଣ୍ଟାରେ ୫୩୯ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ଵର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫୩୯ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୭୭ ନୂଆ ରୋଗୀ ଚିହ୍ନଟ ହୋଇଥିବା ବେଳେ ୩୧୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ ଜଣକୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧାରୁ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଅନୁଗୁଳରୁ ୬ ଜଣ, ନୟାଗଡ଼, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଳାରୁ ୫ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩ ଜଣ, ବରଗଡ଼, ଜଗତସିଂହପୁରରୁ ୩୧ ଜଣ, ବାଲେଶ୍ୱରରୁ ୨୩ ଜଣ, ଯାଜପୁରରୁ ୧୭ ଜଣ,ମୟୂରଭଞ୍ଜରୁ ୧୩ ଜଣ, ଭଦ୍ରକ, ପୁରୀ ଓ ସମ୍ବଲପୁର ଜିଲ୍ଲରୁ ୧୨ ଜଣ ଲେଖାଏଁ, କେନ୍ଦୁଝର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲରୁ ୨ ଜଣ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.