ରାଜ୍ୟରେ ୨୪ ଘଣ୍ଟାରେ ୫୪୫ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫୪୫ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୧୮ ବର୍ଷ ବୟସର ୭୪ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ ଜଣକୁ ବୃଦ୍ଧି ପାଇଛି ।

 

Leave a Reply

Your email address will not be published.