ରାଜ୍ୟରେ ପୁଣି ଗଲା ୬୭ ଜୀବନ

ଭୁବନେଶ୍ଵର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲଗାମ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ଜଣ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ‌ ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦୁଝର, ନବରଙ୍ଗପୁର, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.