କରୋନାରେ ଗଲା ପୁଣି ୬୯ ଜୀବନ

ଭୁବନେଶ୍ଵର: ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି ପୁଣି ୬୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୦୨ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡାରୁ ୬ ଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକରୁ ୯ ଜଣ, ପୁରୀରୁ ୭ ଜଣ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.