ପୁଣି ୪୩ ମୁଣ୍ଡ ନେଲା କରୋନା

ଭୂବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବାବେଳେ ମୃତ୍ୟୁ ସଂଖ୍ଯାରେ କିନ୍ତୁ ବ୍ରେକ ଲାଗୁନି ।ଅତିଷ୍ଟ କଲାଣି ମହାମାରୀ । ଆଜି ରାଜ୍ୟରେ ୪୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.