ପୁଣି ୨୫ ମୁଣ୍ଡ ନେଲା କରୋନା

ଭୂବନେଶ୍ବର: ରାଜ୍ୟରେ କରୋନା ମହାମାରୀ ମୃତ୍ଯୁର ତାଣ୍ଡବ ରଚୁଛି । ପ୍ରତି ଅଧ ଘଣ୍ଟାରେ ଜଣେ ଜଣେ ଆକ୍ରା ଚିହ୍ନଟ ହେଉଛନ୍ତି । ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବକାଳୀନ ୨୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସେହିପରି ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.