ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ଯା, ୪୦ ମୁଣ୍ଡ ନେଲା ମହାମାରୀ

ଭୂବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଉଥିବାବେଳେ ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନି । ଆଜି କରୋନାରେ ୪୦ଜଣଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ, ନୟାଗଡ ଓ ବରଗଡରୁ ୫ ଜଣ ଲେଖାଏଁ, ପୁରୀରୁ ୪ ଜଣ, ଅନୁଗୁଳ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ଜଣ, ଢେଙ୍କାନାଳ, କୋରାପୁଟ, ଯାଜପୁର, ସମ୍ବଲପୁର, ନବରଙ୍ଗପୁର ଓ ଭଦ୍ରକରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ସମସ୍ତ ମୃତକ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published.