ରାଜ୍ୟରେ ପୁଣି କରୋନା‌ ନେଲା ୬୦ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଛି ।

ଆଜି କଟକ ଜିଲ୍ଲାରୁ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି ।

Leave a Reply

Your email address will not be published.