ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ, ୨୪ ଘଣ୍ଟାରେ ୪୬୨ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ ତଳମୁହାଁ ରହିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୬୨ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୭୦ ନୂଆ ରୋଗୀ ଚିହ୍ନଟ ହୋଇଥିବାବଳେ ୨୬୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୯୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ ଜଣକୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୦୧ ଜଣ ଅକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬ ଜଣ, ନୟାଗଡ଼ରୁ ୫ ଜଣ, ବରଗଡ଼,ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର, ଢ଼େଙ୍କାନାଳ, ଗଜପତି, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ,ଜଗତସିଂହପୁରରୁ ୩୧ ଜଣ, କଟକରୁ ୩୦ ଜଣ, ଯାଜପୁରରୁ ୨୮ ଜଣ, ଭଦ୍ରକ ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ ଲେଖାଏଁ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୧୩ ଜଣ ଲେଖାଏଁ,ସମ୍ବଲପୁରରୁ ୧୨ ଜଣ, ବାଲେଶ୍ୱରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେ୍‌ଟ୍ ପୋଲ୍‌ରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.