ରାଜ୍ୟରେ ବେଲଗାମ କରୋନା ମୃତ୍ୟୁ ସଂଖ୍ଯା, ୨୪ ଘଣ୍ଟାରେ ୬୬ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ଯାରେ ଲଗାମ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କଟକ ଜିଲ୍ଲାରୁ ୮ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ, ଗଞ୍ଜାମ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ, ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.