ତଳକୁ ଖସିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୮୬୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୫୦୭କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ୨୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୫୪ ଜଣ, କେନ୍ଦୁଝରରୁ ୧୦ ଜଣ, ବଲାଙ୍ଗୀରୁ ୮ ଜଣ, ଦେବଗଡ଼, ଝାରସୁଗୁଡ଼ା, ମାଲକାନଗିରି ଓ ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ, ଜଗତସିଂହପୁରରୁ ୨୩ ଜଣ, ଭଦ୍ରକରୁ ୧୯ ଜଣ, ଢ଼େଙ୍କାନାଳରୁ ୧୫ ଜଣ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଏଁ, କନ୍ଧମାଳରୁ ୧୨ ଜଣ, ଗଞ୍ଜାମରୁ ୩ ଜଣ, ବାଲେଶ୍ବରରୁ ୫୨ ଜଣ, ଯାଜପୁରରୁ ୪୫ ଜଣ, ସମ୍ବଲପୁରରୁ ୩୯ ଜଣ, ମୟୂରଭଞ୍ଜର ୨୮ ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଳ୍ଲାରୁ ୨୬ ଜଣ ଲେଖାଏଁ, ନୟାଗଡ଼ ଓ ପୁରୀରୁ ୨୧ ଜଣ ଲେଖାଏଁ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.