ରାଜ୍ୟରେ କରୋନା ନେଲା ପୁଣି ୮ ଜୀବନ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ମୃତୁ୍ୟ ସଂଖ୍ୟାରେ ଲଗାମ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ କରୋନ ମହାମାରୀ ୮ ଜଣଙ୍କ ପ୍ରାଣ ହାଣ କରିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨ ଜଣକୁ ବୃଦ୍ଧି ପାଇଛି । ଆଜି କରୋନାରେ କଟକ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଥିବାବେଳେ ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଢ଼େଙ୍କାନାଳ, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.