ରାଜ୍ୟରେ କରୋନା ନେଲା ପୁଣି ୬୪ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ସୋନପୁର ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

Leave a Reply

Your email address will not be published.