ରାଜ୍ୟରେ କରୋନା ନେଲା ଆଉ ୬୭ ଜୀବନ‌

ଭୁବନେଶ୍ଵର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯୦୧ ଜଣକୁ ବୃଦ୍ଧି ପାଇଛି ।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଯାଜପୁର ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ‌ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.