କରୋନା ନେଲା ୬୯ ଜୀବନ

ଭୁବନେଶ୍ଵର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୬୨ ଜଣକୁ ବୃଦ୍ଧି ପାଇଛି ।

ଆଜି ଢେଙ୍କାନାଳ ଜିଲ୍ଲାରୁ ୯ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ, କଟକ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ ଓ ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.