ରାଜ୍ୟରେ କରୋନା ନେଲା ପୁଣି ୬୯ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରାଧିନ ରହିଥିବାବେଳେ ମୃତ୍ୟୁ ସଂଖ୍ୟାରେ ବେଲଗାମ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର, ଭଦ୍ରକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.