କରୋନା ନେଲା ପୁଣି ୬୨ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୬୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ ଓ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.