ରାଜ୍ୟରେ କରୋନା ନେଲା ପୁଣି ୬୫ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନ ସଂକ୍ରମଣରେ ସାମାନ୍ଯ ବୃଦ୍ଧି ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କଟକ ଜିଲ୍ଲାରୁ ୧୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.