ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି ।

Leave a Reply

Your email address will not be published.