ରାଜ୍ୟରେ କମୁଛି କରୋନା ସଂକ୍ରମଣ,‌ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୧୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଅନୁଗୋଳରୁ ୫୯ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବାବେଳେ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୪୦ଜଣ ଓ ଦେଓଗଡ଼ ଜିଲ୍ଲାରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରୀ ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୬ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

Leave a Reply

Your email address will not be published.