ରାଜ୍ୟରେ ପୁଣି ଗଲା ୬୪ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଅସମ୍ଭାଳ ହୋଇପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.