ରାଜ୍ୟରେ ପୁଣି ଗଲା ୬୪ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ଯୁ ସଂଖ୍ଯାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୭ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.