ରାଜ୍ୟରେ ପୁଣି ଗଲା ୬୯ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ଯୁ ସଂଖ୍ଯାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣଙ୍କ ମୃତ୍ଯୁ ହୋଇଥିବାବେଳେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ଓ ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.