ରାଜ୍ୟରେ ପୁଣି ଗଲା ୬୭ ଜୀବନ

ଭୂବନେଶ୍ବର: ରାଜ୍ୟରେ ମହାମାରୀର ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲଗାମ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୫ଜଣ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.