ରାଜ୍ୟରେ ୨୪ ଘଣ୍ଟାରେ ୭୩୪ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୧୦୧ ଜଣ ପଜିଟିଭ ରହିଥିବାବେଳେ ୪୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ୩୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଆଜି ଜଗତସିଂହପୁର ଜିଲ୍ଲାରୁ ୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୯୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୧ଜଣ ରହିଛନ୍ତି ।

Leave a Reply

Your email address will not be published.