ରାଜ୍ୟରେ କରୋନା‌ ପୁଣି ନେଲା ୬୬ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ ଜିଲ୍ଲାରୁ ସର୍ବାଧିକ ୧୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୫ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

Leave a Reply

Your email address will not be published.