ଖୋର୍ଦ୍ଧାରୁ ୬ ମୁଣ୍ଡ ନେଇଛି କରୋନା

ଭୂବନେଶ୍ବର: ରାଜ୍ୟରେ କରୋନା ଦୈନିକ ସଂକ୍ରମଣ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି, କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଆଜି ୪୫ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଖୋର୍ଦ୍ଧାରୁ ସର୍ବାଧିକ ୬ ମୁଣ୍ଡ ନେଇଛି କରୋନା ଓ କଟକରୁ ୪ ଜଣ ପ୍ରାଣ ହରାଇଛନ୍ତି ।

ସେହିପରି ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ବାଲେଶ୍ୱର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ଆଜିର ନୂଆ ମାମଲାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published.