କରୋନା ନେଲା ପୁଣି ୪୬ ଜୀବନ

ଭୂବନେଶ୍ଵର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର କରୋନାରେ ମୃତ୍ଯୁ ହୋଇଛି । ସେହିପରି ବରଗଡ଼, କଟକ ଓ ପୁରୀ ଜିଲ୍ଲାରୁ ଆଉ ୫ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ, କଳାହାଣ୍ତି, ମୟୂରଭଞ୍ଜ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ ଲେଖାଏଁ ଆଖି ବୁଜିଛନ୍ତି ।

କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନାଜନିତ ମୋଟ୍ ମୃତ୍ୟୁସଂଖ୍ୟା ୩ହଜାର ୭୧୭କୁ ବୃଦ୍ଧି ପାଇଛି ।

Leave a Reply

Your email address will not be published.