ପୁଣି ୪୭ ମୁଣ୍ଡ ନେଲା କରୋନା

ଭୂବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବାବେଳେ ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.