ପୁଣି ୧୦ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ଵର: ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ରାଜ୍ୟରେ କରୋନା ମହାମାରୀ ଦୃତ ଗତିରେ ବଢି ଚାଲିଛି । ଦୈନିକ ସଂକ୍ରମଣ ୧୦ ହଜାର ଉପରେ ଅତିକ୍ରମ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୮୧ରେ ପହଞ୍ଚିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୭୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ଅନୁଗୁଳ ଜିଲ୍ଲାରୁ ୬୦୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫୪ଜଣ, ବରଗଡ଼ ଜିଲ୍ଲାରୁ ୪୦୪ଜଣ, ଭଦ୍ରକ ଜିଲ୍ଲାରୁ ୪୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୦୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୩ଜଣ, କଟକ ଜିଲ୍ଲାରୁ ୯୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮୯ଜଣ, ଗଜପତି ଜିଲ୍ଲାରୁ ୧୪୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୯ଜଣ, ଯାଜପୁର ଜିଲ୍ଲାରୁ ୨୮୧ଜଣ ଚିହ୍ନଟ ହୋଇଛନ୍ତି ।

ଝାରସୁଗୁଡାରୁ ୩୮୮, କଳାହାଣ୍ଡିରୁ ୧୨୫, କନ୍ଧମାଳରୁ ୮୭, କେନ୍ଦ୍ରାପଡାରୁ ୧୪୮, କେନ୍ଦୁଝରରୁ ୨୦୮, ଖୋର୍ଦ୍ଧାରୁ ୯୦୯, କୋରାପୁଟରୁ ୨୮୨, ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୪୫୪, ନବରଙ୍ଗପୁରରୁ ୩୮୬, ନୟାଗଡ଼ରୁ ୨୨୭, ନୁଆପଡାରୁ ୫୦୨, ପୁରୀରୁ ୩୫୦,ରାୟଗଡ଼ାରୁ ୧୩୬, ସମ୍ବଲପୁରରୁ ୪୯୪, ସୋନପୁରରୁ ୨୪୫, ସୁନ୍ଦରଗଡରୁ ୮୩୨,ରାଜ୍ୟ ପୁଲ୍: ୨୦୦ ଜଣ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମଧ୍ୟରୁ ୧୦୬୦୬୧ଟି ସକ୍ରିୟ ସଂକ୍ରମିତ ରହିଥିବା ବେଳେ ୫୧୪୫୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୯୪୧୧୯୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.