ରାଜ୍ୟରେ ତଳମୁଁହା ମହାମାରୀ, ୨୪ ଘଣ୍ଟାରେ ୭୬୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁଁହା ରହିଛି ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୧୦୧ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ରହିଥିବାବେଳେ ୩୧୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧ ହଜାର ୬୯୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୧୭ ଜଣ, ଅନୁଗୁଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, ପୁରୀରୁ ୧୩ ଜଣ, ଦେବଗଡ଼, ଢ଼େଙ୍କାନାଳ ଓ ନୟାଗଡ଼ ଜିଲ୍ଲାରୁ ୧୨ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୧୦ ଜଣ, ଭଦ୍ରକରୁ ୮ ଜଣ, କେନ୍ଦୁଝର ଓ ରାୟଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ କନ୍ଧମାଳରୁ ୩ ଜଣ ଲେଖାଏଁ, ବାଲେଶ୍ବର ୫୨ ଜଣ, ଯାଜପୁରରୁ ୩୫ ଜଣ, ମୟୂରଭଞ୍ଜରୁ ୨୪ ଜଣ, ସମ୍ବଲପୁରରୁ ୨୦ ଜଣ, ବରଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ ଲେଖାଏଁ, ବଲାଙ୍ଗୀର, ଗଜପତି ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡ଼ା, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.