ରାଜ୍ୟରେ‌ ତଳମୁଁହା ମହାମାରୀ, ୨୪ ଘଣ୍ଟାରେ ୬୩୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ନାଗରାଜ ନ୍ୟୁଜ) : ରାଜ୍ୟରେ କରୋନା ସଂକ୍ରମଣ ହାର ତଳମୁଁହା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୯୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୬୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୮୦୫ ଜଣକୁ ବୃଦ୍ଧି ପାଇଛି ।

ତେବେ ଖୋର୍ଦ୍ଧାରୁ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୬୬ ଜଣ, ପୁରୀରୁ ୧୮ ଜଣ, ଅନୁଗୁଳରୁ ୧୭ ଜଣ, କେନ୍ଦ୍ରପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଲେଖାଏଁ, ଭଦ୍ରକ, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରୁ ୧୪ ଜଣ ଲେଖାଏଁ, ଢ଼େଙ୍କାନାଳ ଓ ଗଜପତି ଜିଲ୍ଲାରୁ ୯ ଜଣ ଲେଖାଏଁ, ବରଗଡ଼ରୁ ୭ ଜଣ, ମାଲକାନଗିରିରୁ ୫ ଜଣ, ଗଞ୍ଜାମ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, ଦେବଗଡ଼ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବରରୁ ୩୩ ଜଣ, ଯାଜପୁରରୁ ୩୨ ଜଣ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ ଲେଖାଏଁ, ବୌଦ୍ଧ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.