ରାଜ୍ୟରେ ତଳମୁହାଁ ମହାମାରୀ, ୨୪ ଘଣ୍ଟାରେ ୫୮୫ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ): ରାଜ୍ୟରେ ସଂକ୍ରମଣ ତଳମୁହାଁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫୮୫ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୧୮ ବର୍ଷ ବୟସର ୯୬ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବାବେଳେ ୩୪୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ ଜଣକୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ୨୦୬ ଜଣ ଆକ୍ରନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୬୭ ଜଣ, ସମ୍ବଲପୁରରୁ ୧୯ ଜଣ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୧୨ ଜଣ, ଭଦ୍ରକ,ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୭ ଜଣ ଲେଖାଏଁ, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଲାରୁ ୬ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୫ ଜଣ, କୋରାପୁଟ ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ବାଲେଶ୍ୱରରୁ ୩୮ ଜଣ, ଯାଜପୁର ୩୬ ଜଣ, ଜଗତସିଂହପୁରରୁ ୨୬ ଜଣ, ମୟୂରଭଞ୍ଜରୁ ୨୫ ଜଣ, ପୁରୀରୁ ୨୨ ଜଣ, ଦେବଗଡ଼ ଓ ମାଲକାନଗିରି ଜିଲ୍ଲରୁ ୩ ଜଣ ଲେଖାଏଁ, ବରଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେ୍ଟ୍ ପୋଲ୍‌ରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.