ରାଜ୍ୟରେ ତଳମୁଁହା ମହାମାରୀ, ୨୪ ଘଣ୍ଟା ମଧ୍ୟରେ ୧୩୧୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁଁହା କରୋନା ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୭୬୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୫୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

Leave a Reply

Your email address will not be published.