ରାଜ୍ୟରେ ବେଲଗାମ କରୋନା ମୃତ୍ୟୁ ସଂଖ୍ୟା, ପୁଣି ଗଲା ୬୬ ଜୀବନ

ଭୁବନେଶ୍ଵର: ରାଜ୍ୟରେ ବେଲଗାମ ହେଉଛି କରୋନ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.