ରାଜ୍ୟରେ ଥମିବାର ନାଁ ଧରୁନି କରୋନା ମୃତ୍ୟୁ ସଂଖ୍ଯା, ପୁଣି ଗଲା ୬୬ ଜୀବନ

ଭୁବନେଶ୍ଵର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.