ଖୋର୍ଦ୍ଧାରୁ କରୋନା ସଂକ୍ରମଣ ମୃତ୍ୟୁ ସଂଖ୍ଯା ସର୍ବାଧିକ

ଭୂବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ କମୁଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଏହା ଉପରେ ତୃତୀୟ ଲହରର ଆଶଙ୍କା ଭୟକୁ ଦ୍ବିଗୁଣା କରିଛି । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୪୩ ଜଣ ସଂକ୍ରମିତଙ୍କ ଜୀବନ ଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ଼, କଟକରୁ ୫ ଜଣଙ୍କ ଜୀବନ ଚାଲି ଯାଇଥିବାବେଳେ ଝାରସୁଗୁଡ଼ା, ପୁରୀରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି।

ସେପଟେ ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଛି। ସେହିପରି କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ୩୬୩୩ରେ ପହଞ୍ଚି ଯାଇଛି

Leave a Reply

Your email address will not be published.