ରାଜ୍ୟରେ ସାମାନ୍ୟ ବୃଦ୍ଧି ପାଇଛି କରୋନା ସଂକ୍ରମଣ ସଂଖ୍ୟା, ୨୪ ଘଣ୍ଟାରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ସଂକ୍ରମଣରେ ସାମାନ୍ଯ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବ୧୮ ବର୍ଷ ବୟସର ୧୧୬ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । । ଅନ୍ୟପଟେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ ଜଣକୁ ବୃଦ୍ଧି ପାଇଛି‌। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୮୮ ଜଣ, ପୁରୀରୁ ୩୦ ଜଣ, ଜଗତସିଂହପୁରରୁ ୨୪ ଜଣ, ଅନୁଗୁଳରୁ ୨୩ ଜଣ, ନୟାଗଡ଼ରୁ ୧୯ ଜଣ, ଢ଼େଙ୍କାନାଳରୁ ୧୬ ଜଣ, ସମ୍ବଲପୁରରୁ ୧୩ ଜଣ, ଭଦ୍ରକରୁ ୧୨ ଜଣ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଏଁ, ରାୟଗଡ଼ାରୁ ୮ ଜଣ, ବରଗଡ଼, ମାଲକାନଗିରି, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, ବାଲେଶ୍ବରରୁ ୫୧ ଜଣ, ଯାଜପୁରରୁ ୪୯ ଜଣ, ମୟୂରଭଞ୍ଜରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, ଗଜପତିରୁ ୬ ଜଣ, ବଲାଙ୍ଗୀରୁ ୫ ଜଣ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୋନପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ ଏବଂ ଷ୍ଟେଟ ପୋଲରୁ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.