ରାଜ୍ୟରେ ୫୦୦ ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୂବନେଶ୍ୱର, (ନାଗରାଜ ନ୍ୟୁଜ ): ରାଜ୍ୟରେ କରୋନା ସଂକ୍ରମଣ ହାର ତଳମୁହାଁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫୩ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସର ୫୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୮୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published.