ରାଜ୍ୟରେ ଆଜିବି ୩ ହଜାର ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର କ୍ରମାଗତ ଭାବେ ୩ ହଜାର ତଳେ ରହୁଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୮୪ଟି ହେଉଛି ଲୋକାଲ୍‌ କେସ୍‌।

ଆଜି ଜଗତସିଂହପୁରରୁ ୧୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୨୪, କଟକରୁ ୪୨୮, ଖୋର୍ଦ୍ଧାରୁ ୪୨୪, ବାଲେଶ୍ୱରରୁ ୨୨୧, କେନ୍ଦ୍ରାପଡ଼ାରୁ ୧୬୭, ପୁରୀରୁ ୧୫୦, ଯାଜପୁରରୁ ୧୩୯, ଓ ଭଦ୍ରକ ଜିଲ୍ଲାରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରୀ ଅନୁଗୋଳ ଜିଲ୍ଲାରୁ ୬୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ବଲାଙ୍ଗିରରୁ ୨, ବୌଦ୍ଧରୁ ୭, ଦେବଗଡ଼ରୁ ୭, ଢେଙ୍କାନାଳରୁ ୩୪, ଗଜପତିରୁ ୧୫, ଗଞ୍ଜାମରୁ ୧୩, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୯, କେନ୍ଦୁଝରରୁ ୬୯, କୋରାପୁଟରୁ ୪୦, ମାଲକାନଗିରିରୁ ୪୨, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୭୮, ରାୟଗଡ଼ାରୁ ୩୭, ସମ୍ବଲପୁରରୁ ୨୮, ସୋନପୁରରୁ ୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୭୭ ଜଣ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.