ରାଜ୍ୟରେ ସାମାନ୍ୟ ବୃଦ୍ଧି ପାଇଛି କରୋନା ସଂକ୍ରମଣ ହାର, ଗତ ୨୪ ଘଣ୍ଟାରେ ୮୪୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ନାଗରାଜ ନ୍ଯୁଜ): ରାଜ୍ୟରେ କରୋନା ସଂକ୍ରମଣ ହାର ଆଜି ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେମାନଙ୍କ ମଧ୍ୟରୁ ୧୩୦ ଜଣ ୧୮ ବର୍ଷ ବୟସର ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୨ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୭ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୫୯ ଜଣକୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧାରୁ ୩୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୫, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୬, ନୟାଗଡ଼ରୁ ୧୯, ନୂଆପଡ଼ାରୁ ୧, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୦, ଅନୁଗୁଳ ଜିଲ୍ଲାରୁ ୧୯, ବାଲେଶ୍ଵରରୁ ୪୮, ବରଗଡ଼ରୁ ୧୫, ଭଦ୍ରକରୁ ୯, ବୌଦ୍ଧରୁ ୧, କଟକରୁ ୧୧୫, ଦେଓଗଡ଼ରୁ ୯, ଢେଙ୍କାନାଳରୁ ୧୪, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୪୨, ଯାଜପୁରରୁ ୪୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରେପଡ଼ାରୁ ୨୪, କେନ୍ଦୁଝରରୁ ୮, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୫, ଷ୍ଟେଟପୁଲରୁ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published.