ଆଜି କରୋନା ନେଲା ୬୭ ଜୀବନ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୦୩୩ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ, ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published.