ଆଜି ୪ ହଜାର ତଳେ ରହିଛି ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ସଂକ୍ରମଣ ହାର ସମାନ ରହୁଛି । ଆଜି ୨୪ ଘଣ୍ଟାରେ ୩୫୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୫୩୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଖୋର୍ଦ୍ଧା ଜିଲ୍ଲାରୁ ୫୭୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୦୭, ଯାଜପୁରରୁ ୩୩୭, ପୁରୀରୁ ୨୩୭, ଅନୁଗୋଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬, ବୌଦ୍ଧରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬, ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ବରଗଡ଼ ଓ କଟକ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଅଛନ୍ତି। କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଂଜାମ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବରଗଡ଼ ଓ କଟକ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ଯଥାକ୍ରମେ ୯୦ ଓ ୨୩୭କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୬୦, ବଲାଙ୍ଗିରରେ ୭୮, ଗଞ୍ଜାମରେ ୩୧୨, ଝାରସୁଗୁଡ଼ାରେ ୧୦୯, ଖୋର୍ଦ୍ଧାରେ ୫୬୮, କୋରାପୁଟରେ ୫୧, ମାଲକାନଗିରିରେ ୩୯, ମୟୂରଭଞ୍ଜରେ ୧୧୮, ନୟାଗଡ଼ରେ ୬୨, ପୁରୀରେ ୧୯୬, ରାୟଗଡ଼ାରେ ୧୪୩ ଓ ସୁନ୍ଦରଗଡ଼ରେ ୩୨୮କୁ ବୃଦ୍ଧି ପାଇଛି।

୩୫୭୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୩୫ ହଜାର ୧୩୨ ଜଣ ସୁସ୍ଥ ହୋଇସାରିଲେଣି। ଏବେ ୩୮ ହଜାର ୭୨୭ ଜଣ ଚିକିତ୍ସାଧୀନ ଥିବା ବେଳେ ରାଜ୍ୟରେ କରୋନ ଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି।

Leave a Reply

Your email address will not be published.